ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ସେହିଅନୁଯାୟୀ ଏବେ ରାଜ୍ୟରେ ଏକ ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ଯାହାଫଳରେ ଏବେ ତଳମୁହାଁ ହୋଇଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 6th Feb, 2021
New Positive Cases: 72
In quarantine: 43
Local contacts: 29(Details of local contacts will be shared by concerned District Administration)
District Wise Cases:
1. Angul: 10
2. Balasore: 5
3. Bargarh: 4
4. Balangir: 2
5. Boudh: 1— I & PR Department, Odisha (@IPR_Odisha) February 7, 2021
16. Puri: 3
17. Sambalpur: 2
18. Sundargarh: 14New recoveries: 109
Cumulative tested: 7864557
Positive: 335620
Recovered: 332842
Active cases: 816— I & PR Department, Odisha (@IPR_Odisha) February 7, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୦୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୬୨୦ ରହିଥିବା ବେଳେ ଏହି ରୋଗରୁ ୩୩୨୮୪୨ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୮୧୬ ଜଣ ଚିକିତ୍ସିତ ହେଉଛନ୍ତି ।