ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ଏକ ହଜାର ଉପରେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୧୯୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୯୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୯୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 3
7. Cuttack: 161
8. Deogarh: 5
9. Dhenkanal: 31
10. Gajapati: 2
11. Ganjam: 13
12. Jagatsinghpur: 56
13. Jajpur: 50
14. Jharsuguda: 10
15. Kandhamal: 4
16. Kendrapada: 29
17. Keonjhar: 20
18. Khurda: 425
19. Koraput: 4
20. Malkangiri: 3
21. Mayurbhanj: 22— I & PR Department, Odisha (@IPR_Odisha) August 13, 2021
22. Nawarangpur: 2
23. Nayagarh: 39
24. Nuapada: 2
25. Puri: 34
26. Rayagada: 9
27. Sambalpur: 11
28. Sundargarh: 10
29. State Pool: 96New recoveries: 1177
Cumulative tested: 16888487
Positive: 992375
Recovered: 974756
Active cases: 10809— I & PR Department, Odisha (@IPR_Odisha) August 13, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୧୭୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୨୩୭୫ ରହିଥିବା ବେଳେ ଏହି ରୋଗରୁ ୯୭୪୭୫୬ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୦୮୦୯ ଜଣ ଚିକିତ୍ସିତ ହେଉଛନ୍ତି ।