ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । କିଛି ଦିନ ତଳେ ଆକ୍ରାନ୍ତଙ୍କ ସଂଖ୍ୟା ରାଜ୍ୟରେ ଏକ ଶହ ତଳେ ରହିଥିଲା କିନ୍ତୁ ଆଜି ଏକ ଶହ ଉପରେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 8th Feb, 2021
New Positive Cases: 105
In quarantine: 63
Local contacts: 42(Details of local contacts will be shared by concerned District Administration)
District Wise Cases:
1. Angul: 3
2. Balasore: 3
3. Bargarh: 5
4. Bhadrak: 5
5. Balangir: 3— I & PR Department, Odisha (@IPR_Odisha) February 9, 2021
21. Sonepur: 1
22. Sundargarh: 14
23. State Pool: 3New recoveries: 83
Cumulative tested: 7905339
Positive: 335797
Recovered: 333031
Active cases: 803— I & PR Department, Odisha (@IPR_Odisha) February 9, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୮୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୭୯୭ ରହିଥିବା ବେଳେ ଏହି ରୋଗରୁ ୩୩୩୦୩୧ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୮୦୩ ଜଣ ଚିକିତ୍ସିତ ହେଉଛନ୍ତି ।