ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ଏକ ହଜାର ତଳେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୫୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୨୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୦୫ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
4. Bhadrak: 15
5. Balangir: 3
6. Boudh: 2
7. Cuttack: 84
8. Deogarh: 9
9. Dhenkanal: 9
10. Gajapati: 1
11. Ganjam: 8
12. Jagatsinghpur: 31
13. Jajpur: 34
14. Jharsuguda: 7
15. Kalahandi: 1
16. Kandhamal: 5
17. Kendrapada: 21
18. Keonjhar: 15
19. Khurda: 259
20. Koraput: 3— I & PR Department, Odisha (@IPR_Odisha) August 28, 2021
21. Malkangiri: 6
22. Mayurbhanj: 27
23. Nayagarh: 18
24. Nuapada: 2
25. Puri: 39
26. Rayagada: 4
27. Sambalpur: 13
28. Sonepur: 2
29. Sundargarh: 20
30. State Pool: 57New recoveries: 986
Cumulative tested: 17878694
Positive: 1005654
Recovered: 989840
Active cases: 7996— I & PR Department, Odisha (@IPR_Odisha) August 28, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୯୮୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୫୬୫୪ ରହିଥିବା ବେଳେ ଏହି ରୋଗରୁ ୯୮୯୮୪୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୯୯୬ ଜଣ ଚିକିତ୍ସିତ ହେଉଛନ୍ତି ।