ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ଏକ ହଜାର ତଳେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୬୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୫୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୫୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୯୭ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Boudh: 9
6. Cuttack: 71
7. Deogarh: 10
8. Dhenkanal: 23
9. Gajapati: 1
10. Ganjam: 6
11. Jagatsinghpur: 20
12. Jajpur: 36
13. Jharsuguda: 3
14. Kandhamal: 5
15. Kendrapada: 19
16. Keonjhar: 5
17. Khurda: 209
18. Koraput: 3
19. Malkangiri: 1
20. Mayurbhanj: 26
21. Nayagarh: 11— I & PR Department, Odisha (@IPR_Odisha) August 30, 2021
22. Puri: 20
23. Rayagada: 5
24. Sambalpur: 16
25. Sonepur: 2
26. Sundargarh: 8
27. State Pool: 48New recoveries: 834
Cumulative tested: 18012352
Positive: 1007112
Recovered: 991630
Active cases: 7528— I & PR Department, Odisha (@IPR_Odisha) August 30, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୮୩୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୭୧୧୨ ରହିଥିବା ବେଳେ ଏହି ରୋଗରୁ ୯୯୧୬୩୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୫୨୮ ଜଣ ଚିକିତ୍ସିତ ହେଉଛନ୍ତି ।