ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 9th Feb, 2021
New Positive Cases: 92
In quarantine: 54
Local contacts: 38(Details of local contacts will be shared by concerned District Administration)
District Wise Cases:
1. Angul: 1
2. Balasore: 5
3. Bargarh: 14
4. Balangir: 2
5. Boudh: 2— I & PR Department, Odisha (@IPR_Odisha) February 10, 2021
19. Sambalpur: 8
20. Sonepur: 1
21. Sundargarh: 11New recoveries: 108
Cumulative tested: 7930729
Positive: 335889
Recovered: 333139
Active cases: 787— I & PR Department, Odisha (@IPR_Odisha) February 10, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୦୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୮୮୯ ରହିଥିବା ବେଳେ ଏହି ରୋଗରୁ ୩୩୩୧୩୯ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୮୭ ଜଣ ଚିକିତ୍ସିତ ହେଉଛନ୍ତି ।