ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ଏକ ହଜାର ତଳେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୩୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୧୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୦୮ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
4. Bhadrak: 7
5. Balangir: 4
6. Boudh: 3
7. Cuttack: 110
8. Deogarh: 9
9. Dhenkanal: 9
10. Ganjam: 4
11. Jagatsinghpur: 25
12. Jajpur: 28
13. Jharsuguda: 1
14. Kalahandi: 2
15. Kandhamal: 1
16. Kendrapada: 19
17. Keonjhar: 16
18. Khurda: 261
19. Koraput: 6
20. Malkangiri: 9— I & PR Department, Odisha (@IPR_Odisha) September 2, 2021
21. Mayurbhanj: 23
22. Nawarangpur: 2
23. Nayagarh: 13
24. Nuapada: 7
25. Puri: 28
26. Rayagada: 9
27. Sambalpur: 13
28. Sundargarh: 26
29. State Pool: 59New recoveries: 666
Cumulative tested: 18200976
Positive: 1009223
Recovered: 993901
Active cases: 7241— I & PR Department, Odisha (@IPR_Odisha) September 2, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୬୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୯୨୨୩ ରହିଥିବା ବେଳେ ଏହି ରୋଗରୁ ୯୯୩୯୦୧ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୨୪୧ ଜଣ ଚିକିତ୍ସିତ ହେଉଛନ୍ତି ।