ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ଏକ ହଜାର ତଳେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୯୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୫୪ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୨୦ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
4. Bhadrak: 11
5. Balangir: 4
6. Boudh: 1
7. Cuttack: 117
8. Deogarh: 8
9. Dhenkanal: 26
10. Gajapati: 1
11. Ganjam: 1
12. Jagatsinghpur: 12
13. Jajpur: 32
14. Jharsuguda: 4
15. Kalahandi: 4
16. Kandhamal: 1
17. Kendrapada: 9
18. Keonjhar: 12
19. Khurda: 341
20. Malkangiri: 1— I & PR Department, Odisha (@IPR_Odisha) September 3, 2021
21. Mayurbhanj: 21
22. Nawarangpur: 4
23. Nayagarh: 7
24. Puri: 31
25. Rayagada: 12
26. Sambalpur: 16
27. Sonepur: 3
28. Sundargarh: 18
29. State Pool: 78New recoveries: 738
Cumulative tested: 18272223
Positive: 1010072
Recovered: 994639
Active cases: 7345— I & PR Department, Odisha (@IPR_Odisha) September 3, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୭୩୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୦୦୭୨ ରହିଥିବା ବେଳେ ଏହି ରୋଗରୁ ୯୯୪୬୩୯ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୩୪୫ ଜଣ ଚିକିତ୍ସିତ ହେଉଛନ୍ତି ।