ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ଏକ ହଜାର ତଳେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୮୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୬୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୩୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୩୧ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
4. Bhadrak: 14
5. Boudh: 3
6. Cuttack: 98
7. Deogarh: 5
8. Dhenkanal: 11
9. Gajapati: 1
10. Ganjam: 6
11. Jagatsinghpur: 17
12. Jajpur: 19
13. Jharsuguda: 2
14. Kendrapada: 33
15. Keonjhar: 8
16. Khurda: 346
17. Koraput: 4
18. Malkangiri: 2
19. Mayurbhanj: 37
20. Nawarangpur: 7— I & PR Department, Odisha (@IPR_Odisha) September 5, 2021
21. Nayagarh: 10
22. Puri: 12
23. Rayagada: 2
24. Sambalpur: 21
25. Sundargarh: 16
26. State Pool: 83New recoveries: 826
Cumulative tested: 18411864
Positive: 1011558
Recovered: 996300
Active cases: 7158— I & PR Department, Odisha (@IPR_Odisha) September 5, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୮୨୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୧୫୫୮ ରହିଥିବା ବେଳେ ଏହି ରୋଗରୁ ୯୯୬୩୦୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୧୫୮ ଜଣ ଚିକିତ୍ସିତ ହେଉଛନ୍ତି ।