ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ଏକ ହଜାର ତଳେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୬୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୫୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୫୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୨୨ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Balangir: 4
6. Cuttack: 113
7. Deogarh: 4
8. Dhenkanal: 8
9. Gajapati: 1
10. Ganjam: 5
11. Jagatsinghpur: 22
12. Jajpur: 31
13. Jharsuguda: 5
14. Kendrapada: 13
15. Keonjhar: 8
16. Khurda: 188
17. Koraput: 6
18. Malkangiri: 1
19. Mayurbhanj: 21
20. Nawarangpur: 5— I & PR Department, Odisha (@IPR_Odisha) September 6, 2021
21. Nayagarh: 5
22. Puri: 20
23. Rayagada: 7
24. Sambalpur: 16
25. Sonepur: 2
26. Sundargarh: 9
27. State Pool: 45New recoveries: 763
Cumulative tested: 18477132
Positive: 1012167
Recovered: 997063
Active cases: 6996— I & PR Department, Odisha (@IPR_Odisha) September 6, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୭୬୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୨୧୬୭ ରହିଥିବା ବେଳେ ଏହି ରୋଗରୁ ୯୯୭୦୬୩ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୬୯୯୬ ଜଣ ଚିକିତ୍ସିତ ହେଉଛନ୍ତି ।