ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ଏକ ହଜାର ତଳେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୪୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୨୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୧୭ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Balangir: 2
6. Cuttack: 71
7. Deogarh: 5
8. Dhenkanal: 12
9. Ganjam: 4
10. Jagatsinghpur: 26
11. Jajpur: 34
12. Jharsuguda: 9
13. Kalahandi: 1
14. Kendrapada: 14
15. Keonjhar: 5
16. Khurda: 327
17. Koraput: 11
18. Malkangiri: 3
19. Mayurbhanj: 19
20. Nawarangpur: 3— I & PR Department, Odisha (@IPR_Odisha) September 9, 2021
21. Nayagarh: 11
22. Nuapada: 1
23. Puri: 21
24. Rayagada: 11
25. Sambalpur: 17
26. Sundargarh: 13
27. State Pool: 76New recoveries: 574
Cumulative tested: 18664074
Positive: 1014338
Recovered: 999165
Active cases: 7042— I & PR Department, Odisha (@IPR_Odisha) September 9, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୭୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୪୩୩୮ ରହିଥିବା ବେଳେ ଏହି ରୋଗରୁ ୯୯୯୧୬୫ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୦୪୨ ଜଣ ଚିକିତ୍ସିତ ହେଉଛନ୍ତି ।