ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ୫ ଶହ ତଳେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୯୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୬୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୫୭ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Balangir: 1
6. Cuttack: 81
7. Deogarh: 2
8. Dhenkanal: 5
9. Jagatsinghpur: 16
10. Jajpur: 22
11. Jharsuguda: 3
12. Kandhamal: 1
13. Kendrapada: 9
14. Keonjhar: 3
15. Khurda: 196
16. Malkangiri: 2
17. Mayurbhanj: 22
18. Nayagarh: 7
19. Puri: 19
20. Sambalpur: 1— I & PR Department, Odisha (@IPR_Odisha) September 13, 2021
21. Sundargarh: 1
22. State Pool: 44New recoveries: 874
Cumulative tested: 18905077
Positive: 1016833
Recovered: 1002128
Active cases: 6548— I & PR Department, Odisha (@IPR_Odisha) September 13, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୮୭୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୬୮୩୩ ରହିଥିବା ବେଳେ ଏହି ରୋଗରୁ ୧୦୦୨୧୨୮ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୬୫୪୮ ଜଣ ଚିକିତ୍ସିତ ହେଉଛନ୍ତି ।