ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 10th Feb, 2021
New Positive Cases : 95
In quarantine: 56
Local contacts: 39(Details of local contacts will be shared by concerned District Administration)
District Wise Cases:
1. Angul: 8
2. Balasore: 2
3. Bargarh: 4
4. Balangir: 1
5. Boudh: 2— I & PR Department, Odisha (@IPR_Odisha) February 11, 2021
18. Sambalpur: 7
19. Sundargarh: 20
20. State Pool: 1New recoveries: 81
Cumulative tested: 7955917
Positive: 335984
Recovered: 333220
Active cases: 801— I & PR Department, Odisha (@IPR_Odisha) February 11, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୮୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୯୮୪ ରହିଥିବା ବେଳେ ଏହି ରୋଗରୁ ୩୩୩୨୨୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୮୦୧ ଜଣ ଚିକିତ୍ସିତ ହେଉଛନ୍ତି ।