ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୮୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୩୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୪୪ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୭ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Cuttack: 87
6. Deogarh: 2
7. Dhenkanal: 9
8. Jagatsinghpur: 13
9. Jajpur: 29
10. Jharsuguda: 11
11. Kendrapada: 10
12. Keonjhar: 1
13. Khurda: 261
14. Koraput: 4
15. Malkangiri: 1
16. Mayurbhanj: 7
17. Nayagarh: 7
18. Puri: 18
19. Rayagada: 6
20. Sambalpur: 6
21. Sonepur: 1— I & PR Department, Odisha (@IPR_Odisha) September 16, 2021
22. Sundargarh: 10
23. State Pool: 59New recoveries: 561
Cumulative tested: 19066015
Positive: 1018298
Recovered: 1004164
Active cases: 5963— I & PR Department, Odisha (@IPR_Odisha) September 16, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୬୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୮୨୯୮ ରହିଥିବା ବେଳେ ୫୯୬୩ ଜଣ ଚିକିତ୍ସିତ ହେଉଛନ୍ତି ।