ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୬୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୬୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୬୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୯୬ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Balangir: 1
6. Cuttack: 72
7. Deogarh: 1
8. Dhenkanal: 5
9. Gajapati: 2
10. Ganjam: 1
11. Jagatsinghpur: 26
12. Jajpur: 19
13. Jharsuguda: 3
14. Kendrapada: 9
15. Keonjhar: 2
16. Khurda: 291
17. Koraput: 16
18. Mayurbhanj: 22
19. Nayagarh: 7
20. Puri: 9
21. Rayagada: 4— I & PR Department, Odisha (@IPR_Odisha) September 17, 2021
22. Sambalpur: 8
23. Sundargarh: 23
24. State Pool: 66New recoveries: 681
Cumulative tested: 19128253
Positive: 1018926
Recovered: 1004845
Active cases: 5906— I & PR Department, Odisha (@IPR_Odisha) September 17, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୮୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୮୯୨୬ ରହିଥିବା ବେଳେ ୫୯୦୬ ଜଣ ଚିକିତ୍ସିତ ହେଉଛନ୍ତି ।