ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୬୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୯୪ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୦ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Balangir: 2
6. Cuttack: 30
7. Deogarh: 1
8. Dhenkanal: 2
9. Gajapati: 2
10. Ganjam: 2
11. Jagatsinghpur: 31
12. Jajpur: 28
13. Jharsuguda: 4
14. Kalahandi: 2
15. Kandhamal: 1
16. Kendrapada: 10
17. Keonjhar: 1
18. Khurda: 201
19. Mayurbhanj: 13
20. Nayagarh: 5
21. Nuapada: 1— I & PR Department, Odisha (@IPR_Odisha) September 21, 2021
22. Puri: 13
23. Rayagada: 4
24. Sambalpur: 12
25. Sonepur: 1
26. Sundargarh: 16
27. State Pool: 43New recoveries: 600
Cumulative tested: 19376326
Positive: 1021216
Recovered: 1007666
Active cases: 5351— I & PR Department, Odisha (@IPR_Odisha) September 21, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୦୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୧୨୧୬ ରହିଥିବା ବେଳେ ୫୩୫୧ ଜଣ ଚିକିତ୍ସିତ ହେଉଛନ୍ତି ।