ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 8th March
New Positive Cases:57
In quarantine: 34
Local contacts: 23(Details of local contacts will be shared by concerned Dist Administration)
District Wise Cases:
1. Angul: 5
2. Bargarh: 2
3. Balangir: 1
4. Cuttack: 8
5. Deogarh: 2
6. Jajpur: 3— I & PR Department, Odisha (@IPR_Odisha) March 9, 2021
7. Jharsuguda: 3
8. Khurda: 12
9. Mayurbhanj: 6
10. Puri: 2
11. Rayagada: 1
12. Sambalpur: 3
13. Sundargarh: 7
14. State Pool: 2New recoveries: 88
Cumulative tested: 8512232
Positive: 337860
Recovered: 335168
Active cases: 722— I & PR Department, Odisha (@IPR_Odisha) March 9, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୮୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୮୬୦ ରହିଥିବା ବେଳେ ଏହି ରୋଗରୁ ୩୩୫୧୬୮ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୨୨ ଜଣ ଚିକିତ୍ସିତ ହେଉଛନ୍ତି ।