ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 9th March
New positives: 69
In quarantine: 41
Local contacts: 28(Details of local contacts will be shared by concerned District Administration)
District Wise Cases:
1. Angul: 5
2. Balasore: 6
3. Balangir: 1
4. Cuttack: 11
5. Deogarh: 2
6. Jajpur: 5— I & PR Department, Odisha (@IPR_Odisha) March 10, 2021
7. Jharsuguda: 1
8. Keonjhar: 3
9. Khurda: 5
10. Koraput: 1
11. Mayurbhanj: 8
12. Nawarangpur: 1
13. Puri: 1
14. Sambalpur: 4
15. Sundargarh: 14
16. State Pool: 1New recoveries: 82
Cumulative tested: 8535657
Positive: 337929
Recovered: 335250
Active cases: 709— I & PR Department, Odisha (@IPR_Odisha) March 10, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୮୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୯୨୯ ରହିଥିବା ବେଳେ ଏହି ରୋଗରୁ ୩୩୫୨୫୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୦୯ ଜଣ ଚିକିତ୍ସିତ ହେଉଛନ୍ତି ।