ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 11th March
New Positive Cases: 64
In quarantine: 37
Local contacts: 27(Details of local contacts will be shared by concerned Dist Administration)
District Wise Cases:
1. Angul: 2
2. Balasore: 1
3. Bargarh: 4
4. Balangir: 2
5. Cuttack: 7
6. Deogarh: 2— I & PR Department, Odisha (@IPR_Odisha) March 12, 2021
16. Sambalpur: 2
17. Sundargarh: 10
18. State Pool: 2New recoveries: 86
Cumulative tested: 8580019
Positive: 338056
Recovered: 335408
Active cases: 677— I & PR Department, Odisha (@IPR_Odisha) March 12, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୮୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୦୫୬ ରହିଥିବା ବେଳେ ଏହି ରୋଗରୁ ୩୩୫୪୦୮ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୬୭୭ ଜଣ ଚିକିତ୍ସିତ ହେଉଛନ୍ତି ।