ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଆତଙ୍କ ଖେଳାଇଛି କରୋନା । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ସହିତ ଗୋଟେ ପରେ ଗୋଟେ ଜୀବନ ନେଉଛି ଏହି ଅଦୃଶ୍ୟ ମହାମାରୀ । ରାଜ୍ୟରେ ଆଜି ପୁଣି ଆଉ ୧୨ ଜଣ କରୋନାରେ ଜୀବନ ହାରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୫୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଯେଉଁ ୧୨ ଜଣଙ୍କର ମୃତ୍ୟୁ ହୋଇଛି ସେମାନଙ୍କ ମଧ୍ୟରୁ ଗଞ୍ଜାମର ୨ ଜଣ , କେନ୍ଦୁଝରର ୨ ଜଣ, କନ୍ଧମାଳର ୨ ଜଣ, ଖୋର୍ଦ୍ଧାର ୩ ଜଣ, ବରଗଡ, ବାଲେଶ୍ୱର ଏବଂ ଗଜପତିର ଜଣେ ଲେଖାଁଏ ଜଣେ ପ୍ରାଣ ହରାଇଛନ୍ତି ।