ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଉଗ୍ର ହେଉଛି କରୋନା । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ସହିତ ଗୋଟେ ପରେ ଗୋଟେ ଜୀବନ ନେଉଛି ଏହି ଅଦୃଶ୍ୟ ମହାମାରୀ । ରାଜ୍ୟରେ ଆଜି ପୁଣି ଆଉ ୧୦ ଜଣ କରୋନାରେ ଜୀବନ ହାରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଯେଉଁ ୧୦ ଜଣଙ୍କର ମୃତ୍ୟୁ ହୋଇଛି ସେମାନଙ୍କ ମଧ୍ୟରୁ ଗଞ୍ଜାମର ୩ ଜଣ , ଖୋର୍ଦ୍ଧାର ୩ ଜଣ, ରାୟଗଡା, ବାଲେଶ୍ୱର, ପୁରୀ ଏବଂ ସୁନ୍ଦରଗଡର ଜଣେ ଲେଖାଁଏ ପ୍ରାଣ ହରାଇଛନ୍ତି ।