ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ସହିତ ଗୋଟେ ପରେ ଗୋଟେ ମୁଣ୍ଡ ନେଉଛି ଏହି ଅଦୃଶ୍ୟ ମହାମାରୀ । ରାଜ୍ୟରେ ଆଜି ପୁଣି ଆଉ ୮ ଜଣ କରୋନାରେ ଜୀବନ ହାରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଯେଉଁ ୮ ଜଣଙ୍କର ମୃତ୍ୟୁ ହୋଇଛି ସେମାନଙ୍କ ମଧ୍ୟରୁ ଗଞ୍ଜାମରୁ ୪ ଜଣ, ପୁରୀର ଜଣେ, ଖୋର୍ଦ୍ଧାର ଜଣେ, କଟକର ଜଣେ ଏବଂ ଢେଙ୍କାନାଳର ଜଣେ ପ୍ରାଣ ହରାଇଛନ୍ତି ।