ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ବିଗିଡିବାରେ ଲାଗିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ସହିତ ଗୋଟେ ପରେ ଗୋଟେ ଜୀବନ ନେଉଛି ଏହି ଅଦୃଶ୍ୟ ମହାମାରୀ । ରାଜ୍ୟରେ ଆଜି ପୁଣି ଆଉ ୧୦ ଜଣ କରୋନାରେ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୧୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଯେଉଁ ୧୦ ଜଣଙ୍କର ମୃତ୍ୟୁ ହୋଇଛି ସେମାନଙ୍କ ମଧ୍ୟରୁ ଗଞ୍ଜାମର ୫ ଜଣ, ସୁନ୍ଦରଗଡର ୨ ଜଣ, ନୟାଗଡର ଜଣେ, କଟକର ଜଣେ ଏବଂ ରାୟଗଡାର ଜଣେ ପ୍ରାଣ ହରାଇଛନ୍ତି ।