ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ କରୋନା ପ୍ରକୋପ କମିବାରେ ଲାଗିଛି । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଛି । ଏଇ କିଛି ଦିନ ହେବ ୪ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୩୧୯ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୧୩୫ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 21st December
New Positive Cases: 319
In quarantine: 184
Local contacts: 135(Details of local contacts will be shared by concerned District Administration)
District Wise Cases:
1. Angul: 35
2. Balasore: 10
3. Bargarh: 6
4. Bhadrak: 7
5. Balangir: 15— I & PR Department, Odisha (@IPR_Odisha) December 22, 2020
22. Nuapada: 8
23. Puri: 24
24. Rayagada: 1
25. Sambalpur: 19
26. Sundargarh: 72
27. State Pool: 5New recoveries: 309
Cumulative tested: 6665701
Positive: 326915
Recovered: 321956
Active cases: 3063— I & PR Department, Odisha (@IPR_Odisha) December 22, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୩୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୬୯୧୫ ହୋଇଥିବା ବେଳେ ୩୨୧୯୫୬ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୩୦୬୩ ଟି ସକ୍ରିୟ ମାମଲା ରହିଛି ।