ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ କରୋନାର ନୂତନ ମାମଲା ସାମ୍ନାକୁ ଆସୁଛି । ପୂର୍ବ ଅପେକ୍ଷା ଏବେ କରୋନା ପ୍ରକୋପ କମିବାରେ ଲାଗିଛି । ଦୁଇଦିନ ତଳେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଶହ ତଳେ ରହିଥିବା ବେଳେ କିନ୍ତୁ ଆଜି ୨ ଉପରେ ରହିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୨୩୦ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୯୬ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 6th January, 2021
New Positive Cases : 230
In quarantine: 134
Local contacts: 96(Details of local contacts will be shared by concerned District Administration)
District Wise Cases:
1. Angul: 24
2. Balasore: 10
3. Bargarh: 17
4. Bhadrak: 2— I & PR Department, Odisha (@IPR_Odisha) January 7, 2021
22. Sonepur: 4
23. Sundargarh: 30
24. State Pool: 2New recoveries: 230
Cumulative tested: 7086730
Positive: 331151
Recovered: 327008
Active cases: 2202— I & PR Department, Odisha (@IPR_Odisha) January 7, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୨୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩୧୧୫୧ ହୋଇଥିବା ବେଳେ ୩୨୭୦୦୮ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୨୨୦୨ ଟି ସକ୍ରିୟ ମାମଲା ରହିଛି ।