ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ କରୋନା କୋପ କମିବାରେ ଲାଗିଛି । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଛି । ସେହିଅନୁଯାୟୀ ରାଜ୍ୟରେ ପୁଣି ଆଉ ୫୧୮ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୯୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୨୨୧ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 28th November
New Positive Cases: 518
In quarantine: 297
Local contacts: 221(Details of local contacts will be shared by concerned District Administration)
District Wise Cases:
1. Angul: 36
2. Balasore: 26
3. Bargarh: 24
4. Bhadrak: 6
5. Balangir: 37— I & PR Department, Odisha (@IPR_Odisha) November 29, 2020
22. Nuapada: 23
23. Puri: 15
24. Rayagada: 1
25. Sambalpur: 17
26. Sonepur: 4
27. Sundargarh: 52
28. State Pool: 8New recoveries: 802
Cumulative tested: 5863199
Positive: 318307
Recovered: 310549
Active cases: 5971— I & PR Department, Odisha (@IPR_Odisha) November 29, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୮୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୮୩୦୭ ହୋଇଥିବା ବେଳେ ୩୧୦୫୪୯ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୫୯୭୧ ଟି ସକ୍ରିୟ ମାମଲା ରହିଛି ।