ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ କରୋନା ପ୍ରକୋପ କମିବାରେ ଲାଗିଛି । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୫ ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ବି ୫ ଶହ ତଳେ ରହିଥିଲା ଆକ୍ରାନ୍ତଙ୍କ ସଂଖ୍ୟା । ସେହିଅନୁଯାୟୀ ଆଉ ୪୩୪ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୪୯ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୧୮୫ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 2nd December
New Positive Cases : 434
In quarantine: 249
Local contacts: 185(Details of local contacts will be shared by concerned District Administration)
District Wise Cases:
1. Angul: 45
2. Balasore: 10
3. Bargarh: 23
4. Bhadrak: 8
5. Balangir: 29— I & PR Department, Odisha (@IPR_Odisha) December 3, 2020
23. Nuapada: 30
24. Puri: 19
25. Rayagada: 1
26. Sambalpur: 8
27. Sonepur: 1
28. Sundargarh: 41
29. State Pool: 11New recoveries: 660
Cumulative tested: 6019855
Positive: 320017
Recovered: 313394
Active cases: 4815— I & PR Department, Odisha (@IPR_Odisha) December 3, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୬୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୦୦୧୭ ହୋଇଥିବା ବେଳେ ୩୧୩୩୯୪ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୪୮୧୫ ଟି ସକ୍ରିୟ ମାମଲା ରହିଛି ।