ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ କରୋନା ପ୍ରକୋପ କମିବାରେ ଲାଗିଛି । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୪ ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ବି ୪ଶହ ଉପରେ ରହିଥିଲା ଆକ୍ରାନ୍ତଙ୍କ ସଂଖ୍ୟା କିନ୍ତୁ ଆଜି ୪ ଶହ ତଳକୁ ଖସିଛି । । ସେହିଅନୁଯାୟୀ ଆଉ ୩୭୭ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୧୫ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୧୬୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 3rd December
New Positive Cases: 377
In quarantine: 215
Local contacts: 162(Details of local contacts will be shared by concerned District Administration)
District Wise Cases:
1. Angul: 28
2. Balasore: 16
3. Bargarh: 11
4. Bhadrak: 9
5. Balangir: 2— I & PR Department, Odisha (@IPR_Odisha) December 4, 2020
23. Puri: 13
24. Rayagada: 2
25. Sambalpur: 8
26. Sonepur: 4
27. Sundargarh: 47
28. State Pool: 12New recoveries: 629
Cumulative tested: 6060791
Positive: 320394
Recovered: 314023
Active cases: 4558— I & PR Department, Odisha (@IPR_Odisha) December 4, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୬୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୦୩୯୪ ହୋଇଥିବା ବେଳେ ୩୧୪୦୨୩ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୪୫୫୮ ଟି ସକ୍ରିୟ ମାମଲା ରହିଛି ।