ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ କରୋନା ପ୍ରକୋପ କମିବାରେ ଲାଗିଛି । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଛି । ଗତକାଲି ୪ଶହ ତଳେ ରହିଥିଲା ଆକ୍ରାନ୍ତଙ୍କ ସଂଖ୍ୟା । କିନ୍ତୁ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୦୯ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୩୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୧୭୫ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 4th December
New Positive Cases: 409
In quarantine: 234
Local contacts: 175(Details of local contacts will be shared by concerned District Administration)
District Wise Cases:
1. Angul: 35
2. Balasore: 9
3. Bargarh: 22
4. Bhadrak: 10
5. Balangir: 32— I & PR Department, Odisha (@IPR_Odisha) December 5, 2020
22. Nayagarh: 2
23. Nuapada: 11
24. Puri: 14
25. Rayagada: 4
26. Sambalpur: 11
27. Sundargarh: 53
28. State Pool: 10New recoveries: 642
Cumulative tested: 6102651
Positive: 320803
Recovered: 314665
Active cases: 4320— I & PR Department, Odisha (@IPR_Odisha) December 5, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୬୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୦୮୦୩ ହୋଇଥିବା ବେଳେ ୩୧୪୬୬୫ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୪୩୨୦ ଟି ସକ୍ରିୟ ମାମଲା ରହିଛି ।