ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ କରୋନା ପ୍ରକୋପ ହ୍ରାସ ପାଇବାରେ ଲାଗିଛି । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଛି । ଏବେ ୪ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୩୫୬ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୯୯ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୧୫୭ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 18th December
New Positive Cases: 356
In quarantine: 199
Local contacts: 157(Details of local contacts will be shared by concerned District Administration)
District Wise Cases:
1. Angul: 29
2. Balasore: 26
3. Bargarh: 17
4. Bhadrak: 7
5. Balangir: 10— I & PR Department, Odisha (@IPR_Odisha) December 19, 2020
23. Rayagada: 4
24. Sambalpur: 25
25. Sonepur: 1
26. Sundargarh: 35
27. State Pool: 12New recoveries: 363
Cumulative tested: 6569279
Positive: 325861
Recovered: 320947
Active cases: 3029— I & PR Department, Odisha (@IPR_Odisha) December 19, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୩୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୫୮୬୧ ହୋଇଥିବା ବେଳେ ୩୨୦୯୪୭ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୩୦୨୯ ଟି ସକ୍ରିୟ ମାମଲା ରହିଛି ।