ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ କରୋନା ପ୍ରକୋପ ହ୍ରାସ ପାଇବାରେ ଲାଗିଛି । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଛି । ଏବେ ୪ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୩୭୨ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୧୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୧୫୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 19th December
New Positive Cases: 372
In quarantine: 214
Local contacts: 158(Details of local contacts will be shared by concerned District Administration)
District Wise Cases:
1. Angul: 50
2. Balasore: 15
3. Bargarh: 10
4. Balangir: 12
5. Boudh: 3— I & PR Department, Odisha (@IPR_Odisha) December 20, 2020
22. Nayagarh: 3
23. Nuapada: 12
24. Puri: 28
25. Rayagada: 4
26. Sambalpur: 18
27. Sundargarh: 47
28. State Pool: 9New recoveries: 362
Cumulative tested: 6603613
Positive: 326233
Recovered: 321309
Active cases: 3035— I & PR Department, Odisha (@IPR_Odisha) December 20, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୩୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୬୨୩୩ ହୋଇଥିବା ବେଳେ ୩୨୧୩୦୯ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୩୦୩୫ ଟି ସକ୍ରିୟ ମାମଲା ରହିଛି ।