ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପ୍ରତ୍ୟେକ ଦିନ କରୋନାର ନୂତନ ମାମଲା ସାମ୍ନାକୁ ଆସୁଛି । ମାତ୍ର ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଛି । ଏବେ ୪ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୩୬୩ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୦୮ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୧୫୫ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 20th December
New Positive Cases: 363
In quarantine: 208
Local contacts: 155(Details of local contacts will be shared by concerned District Administration)
District Wise Cases:
1. Angul: 23
2. Balasore: 20
3. Bargarh: 11
4. Bhadrak: 7
5. Balangir: 8— I & PR Department, Odisha (@IPR_Odisha) December 21, 2020
22. Nayagarh: 2
23. Nuapada: 7
24. Puri: 27
25. Sambalpur: 35
26. Sonepur: 1
27. Sundargarh: 50
28. State Pool: 12New recoveries: 338
Cumulative tested: 6635980
Positive: 326596
Recovered: 321647
Active cases: 3057— I & PR Department, Odisha (@IPR_Odisha) December 21, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୩୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୬୫୯୬ ହୋଇଥିବା ବେଳେ ୩୨୧୬୪୭ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୩୦୫୭ ଟି ସକ୍ରିୟ ମାମଲା ରହିଛି ।