ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ ହ୍ରାସ ପାଉଛି କରୋନା ପ୍ରକୋପ । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ଯାହାଫଳରେ ଏବେ ୨ ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୧୯୨ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୯ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୮୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 2nd January, 2021
New Positive Cases: 192
In quarantine: 109
Local contacts: 83(Details of local contacts will be shared by concerned District Administration)
District Wise Cases:
1. Angul: 24
2. Balasore: 3
3. Bargarh: 8
4. Balangir: 17
5. Boudh: 1— I & PR Department, Odisha (@IPR_Odisha) January 3, 2021
22. Sambalpur: 16
23. Sonepur: 1
24. Sundargarh: 33
25. State Pool: 2New recoveries: 232
Cumulative tested: 7012893
Positive: 330309
Recovered: 325965
Active cases: 2408— I & PR Department, Odisha (@IPR_Odisha) January 3, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୨୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩୦୩୦୯ ହୋଇଥିବା ବେଳେ ୩୨୫୯୬୫ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୨୪୦୮ ଟି ସକ୍ରିୟ ମାମଲା ରହିଛି ।