ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତଳମୁହାଁ ହୋଇଛି କରୋନା ଗ୍ରାଫ । ପ୍ରତ୍ୟେକ ଦିନ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ସେହିଅନୁଯାୟୀ ଏବେ ୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୮୭ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 8th January, 2021
New Positive Cases: 206
In quarantine: 119
Local contacts: 87(Details of local contacts will be shared by concerned District Administration)
District Wise Cases:
1. Angul: 27
2. Balasore: 2
3. Bargarh: 16
4. Bhadrak: 2
5. Balangir: 26— I & PR Department, Odisha (@IPR_Odisha) January 9, 2021
22. Sonepur: 3
23. Sundargarh: 26
24. State Pool: 3New recoveries: 244
Cumulative tested: 7140339
Positive: 331602
Recovered: 327534
Active cases: 2124— I & PR Department, Odisha (@IPR_Odisha) January 9, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୪୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୬୦୨ ରହିଥିବା ବେଳେ ଏହି ରୋଗରୁ ୩୨୭୫୩୪ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୨୧୨୪ ଜଣ ଚିକିତ୍ସିତ ହେଉଛନ୍ତି ।