ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ସେହିଅନୁଯାୟୀ ଏବେ ରାଜ୍ୟରେ ଦେଢ ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୧୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୫ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 17th January, 2021
New Positive Cases: 134
In quarantine: 79
Local contacts: 55(Details of local contacts will be shared by concerned District Administration)
District Wise Cases:
1. Angul: 5
2. Balasore: 9
3. Bargarh: 3
4. Balangir: 3— I & PR Department, Odisha (@IPR_Odisha) January 18, 2021
20. Sonepur: 2
21. Sundargarh: 25
22. State Pool: 1New recoveries: 228
Cumulative tested: 7402538
Positive: 333444
Recovered: 329546
Active cases: 1944— I & PR Department, Odisha (@IPR_Odisha) January 18, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୨୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୪୪୪ ରହିଥିବା ବେଳେ ଏହି ରୋଗରୁ ୩୨୯୫୪୬ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୯୪୪ ଜଣ ଚିକିତ୍ସିତ ହେଉଛନ୍ତି ।