ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ସେହିଅନୁଯାୟୀ ଏବେ ରାଜ୍ୟରେ ଦେଢ ଶହ କୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ଯାହାଫଳରେ ଏବେ ତଳମୁହାଁ ହୋଇଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ୧୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୫ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 21st January, 2021
New Positive Cases: 154
In quarantine: 89
Local contacts: 65(Details of local contacts will be shared by concerned Dist Administration)
District Wise Cases:
1. Angul: 10
2. Balasore: 11
3. Bargarh: 9
4. Bhadrak: 8
5. Balangir: 3— I & PR Department, Odisha (@IPR_Odisha) January 22, 2021
20. Sonepur: 2
21. Sundargarh: 18
22. State Pool: 2New recoveries: 224
Cumulative tested: 7501691
Positive: 334020
Recovered: 330545
Active cases: 1519— I & PR Department, Odisha (@IPR_Odisha) January 22, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୨୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୦୨୦ ରହିଥିବା ବେଳେ ଏହି ରୋଗରୁ ୩୩୦୫୪୫ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୫୧୯ଜଣ ଚିକିତ୍ସିତ ହେଉଛନ୍ତି ।