ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ସେହିଅନୁଯାୟୀ ଏବେ ରାଜ୍ୟରେ ଦେଢ ଶହ ଛୁଇଁଛି ଆକ୍ରାନ୍ତଙ୍କ ସଂଖ୍ୟା । ଯାହାଫଳରେ ଏବେ ତଳମୁହାଁ ହୋଇଛି କରୋନା ଗ୍ରାଫ୍ । ଗତକାଲି ୧୫୦ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୪ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 24th January, 2021
New Positive Cases: 130
In quarantine: 76
Local contacts: 54(Details of local contacts will be shared by concerned District Administration)
District Wise Cases:
1. Angul: 3
2. Balasore: 6
3. Bargarh: 3
4. Bhadrak: 1
5. Balangir: 3— I & PR Department, Odisha (@IPR_Odisha) January 25, 2021
23. Sonepur: 1
24. Sundargarh: 32
25. State Pool: 1New recoveries: 182
Cumulative tested: 7568216
Positive: 334430
Recovered: 331144
Active cases: 1327— I & PR Department, Odisha (@IPR_Odisha) January 25, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୮୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୪୩୦ ରହିଥିବା ବେଳେ ଏହି ରୋଗରୁ ୩୩୧୧୪୪ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୩୨୭ ଜଣ ଚିକିତ୍ସିତ ହେଉଛନ୍ତି ।