ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ସେହିଅନୁଯାୟୀ ଏବେ ରାଜ୍ୟରେ ଏକ ଶହ ଛୁଇଁଛି ଆକ୍ରାନ୍ତଙ୍କ ସଂଖ୍ୟା । ଯାହାଫଳରେ ଏବେ ତଳମୁହାଁ ହୋଇଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ୧୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୬ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 30th January, 2021
New Positive ositive Cases: 114
In quarantine: 68
Local contacts: 46(Details of local contacts will be shared by concerned Dist Administration)
District Wise Cases:
1. Angul: 8
2. Balasore: 7
3. Bargarh: 11
4. Balangir: 3— I & PR Department, Odisha (@IPR_Odisha) January 31, 2021
18. Sonepur: 1
19. Sundargarh: 21
20. State Pool: 2New recoveries: 138
Cumulative tested: 7709606
Positive: 335072
Recovered: 331962
Active cases: 1151— I & PR Department, Odisha (@IPR_Odisha) January 31, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୩୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୦୭୨ ରହିଥିବା ବେଳେ ଏହି ରୋଗରୁ ୩୩୧୯୬୨ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୧୫୧ ଜଣ ଚିକିତ୍ସିତ ହେଉଛନ୍ତି ।