ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଏବେ ପୁଣି ଡରେଇଲାଣି କରୋନା । ରାଜ୍ୟରେ ଦୈନିକ ମାମଲାରେ ବୃଦ୍ଧି ଘଟିଛି । ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ଦୀର୍ଘ କିଛି ଦିନ ହେବ ରାଜ୍ୟରେ ଏକ ଶହ ତଳେ ଆକ୍ରାନ୍ତଙ୍କ ସଂଖ୍ୟା ରହିଥିବା ବେଳେ ଏବେ ପୁଣି ଏକ ଶହ ଉପରେ ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୧୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 19th March
New Positive Cases: 120
In quarantine: 71
Local contacts: 49(Details of local contacts will be shared by concerned Dist Administration)
District Wise Cases:
1. Angul: 1
2. Balasore: 4
3. Bargarh: 1
4. Bhadrak: 3
5. Balangir: 2— I & PR Department, Odisha (@IPR_Odisha) March 20, 2021
21. Sambalpur: 10
22. Sundargarh: 16
23. State Pool: 3New recoveries: 71
Cumulative tested: 8762607
Positive: 338719
Recovered: 335994
Active cases: 754— I & PR Department, Odisha (@IPR_Odisha) March 20, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୭୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୬୨୬୦୭ ରହିଥିବା ବେଳେ ଏହି ରୋଗରୁ ୩୩୫୯୯୪ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୫୪ ଜଣ ଚିକିତ୍ସିତ ହେଉଛନ୍ତି ।