ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତାଣ୍ଡବ ରଚୁଛି କରୋନାର ଉଗ୍ର ରୂପ । ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୮୫୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୭୯୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 23rd April
New Positive Cases: 6647
In quarantine: 3855
Local contacts: 2792(Details of local contacts will be shared by concerned Dist Administration)
District Wise Cases:
1. Angul: 141
2. Balasore: 53
3. Bargarh: 290
4. Bhadrak: 41
5. Balangir: 234— I & PR Department, Odisha (@IPR_Odisha) April 24, 2021
New recoveries: 2452
Cumulative tested: 9834487
Positive: 401341
Recovered: 356003
Active cases: 43304— I & PR Department, Odisha (@IPR_Odisha) April 24, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୪୫୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୧୩୪୧ ରହିଥିବା ବେଳେ ଏହି ରୋଗରୁ ୩୫୬୦୦୩ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୪୩୩୦୪ ଜଣ ଚିକିତ୍ସିତ ହେଉଛନ୍ତି ।