ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଚିନ୍ତା ବଢାଉଛି ମହାମାରୀ କରୋନା । ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢି ଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୫୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୮୨୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୭୭୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 25th April
New Positive Cases: 6599
In quarantine: 3827
Local contacts: 2772(Details of local contacts will be shared by concerned Dist Administration)
District Wise Cases:
1. Angul: 187
2. Balasore: 137
3. Bargarh: 203
4. Bhadrak: 87
5. Balangir: 98— I & PR Department, Odisha (@IPR_Odisha) April 26, 2021
New recoveries: 3464
Cumulative tested: 9917894
Positive: 414056
Recovered: 362931
Active cases: 49075— I & PR Department, Odisha (@IPR_Odisha) April 26, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୩୪୬୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୧୪୦୫୬ ରହିଥିବା ବେଳେ ଏହି ରୋଗରୁ ୩୬୨୯୩୧ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୪୯୦୭୫ ଜଣ ଚିକିତ୍ସିତ ହେଉଛନ୍ତି ।