ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ପାଇଥିଲା କିନ୍ତୁ ଏବେ ପୁଣି ୧୦ ହଜାର ଉପରେ ମାମଲା ଚିହ୍ନଟ ହୋଇଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୦୯୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୧୪୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୮୩୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 180
7. Cuttack: 885
8. Deogarh: 127
9. Dhenkanal: 189
10. Gajapati: 111
11. Ganjam: 177
12. Jagatsinghpur: 232
13. Jajpur: 349
14. Jharsuguda: 380
15. Kalahandi: 370
16. Kandhamal: 134
17. Kendrapada: 141
18. Keonjhar: 253
19. Khurda: 1539
20. Koraput: 195— I & PR Department, Odisha (@IPR_Odisha) May 12, 2021
New recoveries: 7564
Cumulative tested: 10661647
Positive: 565648
Recovered: 465133
Active cases: 98230— I & PR Department, Odisha (@IPR_Odisha) May 12, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୭୫୬୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୬୫୬୪୮ ରହିଥିବା ବେଳେ ଏହି ରୋଗରୁ ୪୬୫୧୩୩ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୯୮୨୩୦ ଜଣ ଚିକିତ୍ସିତ ହେଉଛନ୍ତି ।