ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସାଙ୍ଘାତିକ ହେବାରେ ଲାଗିଛି । ପ୍ରତ୍ୟେକ ଦିନ କରୋନାର ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ଗୋଟେ ଦିନ ୮ ହଜାର ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୮୩୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୭୮୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୬୦୫ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 27th April
New Positive Cases: 8386
In quarantine: 4781
Local contacts: 3605(Details of local contacts will be shared by concerned Dist Administration)
District Wise Cases:
1. Angul: 347
2. Balasore: 202
3. Bargarh: 257
4. Bhadrak: 67
5. Balangir: 358— I & PR Department, Odisha (@IPR_Odisha) April 28, 2021
New recoveries: 4089
Cumulative tested: 9997140
Positive: 428515
Recovered: 371200
Active cases: 55245— I & PR Department, Odisha (@IPR_Odisha) April 28, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୦୮୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨୮୫୧୫ ରହିଥିବା ବେଳେ ଏହି ରୋଗରୁ ୩୭୧୨୦୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୫୫୨୪୫ ଜଣ ଚିକିତ୍ସିତ ହେଉଛନ୍ତି ।