ସୁନ୍ଦରଗଡ (ଏଟିଆର ବ୍ୟୁରୋ): ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ । ସୁନ୍ଦରଗଡ ଜିଲ୍ଲାରେ ନୂତନ ୭ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ରେ ପହଁଚିଛି ।
ମଙ୍ଗଳବାର ପରୀକ୍ଷା ପାଇଁ ଯାଇଥିବା ୩୭ ଟି ରକ୍ତ ନମୁନାରୁ ୭ ଟି ନମୁନା ପଜିଟିଭ ଆସିଛି ।
ଚିଗର ନାମକ ଏକ ନାଲି କୀଟ କାମୁଡିବା ଦ୍ୱାରା ଏହି ସ୍କ୍ରବ ଟାଇଫସ ହୋଇଥାଏ । କିନ୍ତୁ ଏହି କୀଟକୁ ଚିହ୍ନିବ କଷ୍ଟକର । ଏଥିରେ ଜ୍ୱର ଲାଗି ରହିଥାଏ । ଆଂଠୁଗଣ୍ଠି ଘୋଳାବିନ୍ଧା, ସହ କିଡନୀ ଓ ମସ୍ତିଷ୍କ ଉପରେ ଏହାର ପ୍ରଭାବ ପଡିଥାଏ । ମୃତ୍ୟୁ ଆଶଙ୍କା ଥିବାରୁ ସତର୍କ ରହିବା ଜରୁରୀ ।