ସୁନ୍ଦରଗଡ (ଏଟିଆର ବ୍ୟୁରୋ): ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ । ସୁନ୍ଦରଗଡ ଜିଲ୍ଲାରେ ନୂତନ ୫ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୨୧୧ ରେ ପହଁଚିଛି । ଗତ ୨୪ ଘଣ୍ଟାରେ ୪୨ ଟି ରକ୍ତ ନମୁନା ପରୀକ୍ଷା କରାଯାଇଥିଲା ସେଥିରୁ ୫ ଟି ନମୁନା ପଜିଟିଭ ଆସିଛି ।
ହସ୍ପିଟାଲ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବାରମ୍ବାର ଲୋକଙ୍କୁ ସଚେତନ କରାଯାଉଛି ବୋଲି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ କାହ୍ନୁଚରଣ ନାୟକ ସୂଚନା ଦେଇଛନ୍ତି ।
ଚିଗର ନାମକ ଏକ ନାଲି କୀଟ କାମୁଡିବା ଦ୍ୱାରା ଏହି ସ୍କ୍ରବ ଟାଇଫସ ହୋଇଥାଏ । କିନ୍ତୁ ଏହି କୀଟକୁ ଚିହ୍ନିବ କଷ୍ଟକର । ଏଥିରେ ଜ୍ୱର ଲାଗି ରହିଥାଏ । ଆଂଠୁଗଣ୍ଠି ଘୋଳାବିନ୍ଧା, ସହ କିଡନୀ ଓ ମସ୍ତିଷ୍କ ଉପରେ ଏହାର ପ୍ରଭାବ ପଡିଥାଏ । ମୃତ୍ୟୁ ଆଶଙ୍କା ଥିବାରୁ ସତର୍କ ରହିବା ଜରୁରୀ ।