ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦୁଇ ଦିନିଆ ଫ୍ରାନ୍ସ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମ ଦିନରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ ପ୍ରଧାନମନ୍ତ୍ରୀ ମୋଦି ସାକ୍ଷାତ କରି ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି । ଏହି ଅବସରରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନୀତ କରିଛନ୍ତି ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ।
ମୋଦିଙ୍କୁ ଗ୍ରାଣ୍ଡ କ୍ରସ୍ ଅଫ୍ ଲେଜିଅନ୍ ଅଫ୍ ଅନର ପ୍ରଦାନ କରିଛନ୍ତି ଫ୍ରାନ୍ସ ରାଷ୍ଟ୍ରପତି । ସାମରିକ ବା ନାଗରିକ କ୍ଷେତ୍ରରେ ଏହା ହେଉଛି ସର୍ବୋଚ୍ଚ ଫରାସୀ ସମ୍ମାନ । ଏହି ସମ୍ମାନ ଗ୍ରହଣ କରିବାରେ ପ୍ରଧାନମନ୍ତ୍ରୀ ମୋଦି ହେଉଛନ୍ତି ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ।