ଶ୍ରୀନଗର(ଏଟିଆର ବ୍ୟୁରୋ):ପାକିସ୍ତାନ ଦ୍ୱାରା ହୋଇଥିବା ଅସ୍ତ୍ରବିରତି ଉଲ୍ଲଂଘନରେ ଜଣେ ଭାରତୀୟ ଯବାନ ସହିଦ ହୋଇଛନ୍ତି । ଏଥିରେ ଜଣେ ଅଧିକାରୀଙ୍କ ସମେତ ୨ ଜଣ ଆହତ ହୋଇଛନ୍ତି । ଆହତ ସେନାଙ୍କୁ ଚିକିତ୍ସା ପାଇଁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗଣମାଧ୍ୟମର ରିପୋର୍ଟ ଅନୁସାରେ ଜମ୍ମୁ କଶ୍ମୀରର ରାଜୌରୀ ଜିଲ୍ଲାରେ ଥିବା ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଗତକାଲି ଅସ୍ତ୍ରବିତରତି ଉଲ୍ଲଂଘନ କରିଛି । ଏଥିରେ ଜଣେ ଯବାନ ସହିଦ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି ।
ପାକିସ୍ତାନର ସେନା ମଙ୍ଗଳବାର ଅପରାହ୍ନରେ ଅସ୍ତ୍ରବିତରତି ଉଲ୍ଲଂଘନ କରିଥିଲା । ମୋର୍ଟାର ଓ ବନ୍ଧୁକ ଦ୍ୱାରା ସେ ଭାରତୀୟ ସୀମାକୁ ଲକ୍ଷ୍ୟ କରି ଗୁଳି ଚାଳନ କରିଥିଲା । ରାଜୌରୀ ଜିଲ୍ଲାର ନିୟନ୍ତ୍ରଣ ରେଖାର ସୁନ୍ଦରବେଣୀ ସେକ୍ଟରରେ ଏହି ଅସ୍ତ୍ରବିରତି ଉଲ୍ଲଂଘନ ହୋଇଥିଲା । ଭାରତୀୟ ସେନା ପକ୍ଷରୁ ଏହାର କଡ଼ା ଜବାବ ଦିଆଯାଇଥିଲା । ତେବେ ପାକିସ୍ତାନ ନିଜର ନୂଆ ଜାଲ ବିଛାଉଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024