ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଆସନ୍ତା ୨୦ ତାରିଖରେ ନୂଆଦିଲ୍ଲୀ ଠାରେ ଅନୁଷ୍ଠିତ ହେବାକୁ ଯାଉଛି ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ । ଯେଉଁଥିରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାରା ଦେଶରୁ ଆସିଥିବା ଛାତ୍ରଛାତ୍ରୀ ମାନେ ପ୍ରଶ୍ନ କରିବେ । ତେବେ ଏହି କାର୍ଯ୍ୟକ୍ରମରେ ସାରା ଦେଶରୁ ୨୨୦୦ ଜଣ ଛାତ୍ରଛାତ୍ରୀ, ଅବିଭାବକ ଓ ଶିକ୍ଷକ, ଶିକ୍ଷୟତ୍ରୀ ଭାଗ ନେବେ । ସେମାନଙ୍କ ମଧ୍ୟରୁ ଓଡିଶାର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ୨୮ ଜଣ ଛାତ୍ରଛାତ୍ରୀ ଭାଗ ନେବା ପାଇଁ ମନୋନୀତ ହୋଇଛନ୍ତି । ଏହି ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ପ୍ରଶପତ୍ରକୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟଳୟକୁ ପଠାଯାଇଛି ।
ଗତକାଲି ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି ପରୀକ୍ଷାକୁ ନେଇ ଛାତ୍ରଛାତ୍ରୀ ମାନେ କିପରି ଚାପମୁକ୍ତ ରହିବେ ଏନେଇ ସିଧାସଲଖ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବେ । ଅନ୍ୟପଟେ ଏହି କାର୍ଯ୍ୟକ୍ରମର ବହୁଳ ପ୍ରଚାର ପାଇଁ ରାଜ୍ୟର ସବୁ ସ୍କୁଲ ନୋଟିସ ବୋର୍ଡ ଓ ଅଫିସିଆଲ ୱେବସାଇଟରେ ସୂଚନା ରଖିବାକୁ କୁହାଯାଇଛି । ଏନେଇ ଓଡିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀ ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ ଚିଠି ଲୋଖାଯାଇଥିବାର ସୂଚନା ମିଳିଛି ।