ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ଶେଷ ହେଉ ହେଉ ସାଧାରଣ ଜନତାଙ୍କ ପକେଟରେ ହୋଇଛି ମହଙ୍ଗା ମାଡ । ପୁଣି ଆଜି ସରକାରୀ ତୈଳ କମ୍ପାନୀ ପକ୍ଷରୁ ପେଟ୍ରୋଲ ଓ ଡିଜେଲ ଦରରେ ପରିବର୍ତ୍ତନ ଘଟିଛି । ଆଜି ଡିଜେଲ ଦରରେ ୧୮ ପଇସା ବୃଦ୍ଧି ହୋଇଥିବା ବେଳେ ପେଟ୍ରୋଲ ଦରରେ ୧୫ ପଇସା ବୃଦ୍ଧି ହୋଇଛି ।
ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୯୦.୫୫ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୮୦.୯୧ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୯୦.୭୬ ଟଙ୍କା ଏବଂ ଡିଜେଲ ୮୩.୭୮ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୯୬.୯୫ ଟଙ୍କା ଏବଂ ଡିଜେଲ ଦର ୮୭.୯୮ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୯୨.୫୫ ଟଙ୍କା ଏବଂ ଡିଜେଲ ୮୫.୯୦ ଟଙ୍କା ରହିଛି ।
ପେଟ୍ରୋଲ ଏବଂ ଡିଜେଲ ଦର ଆପଣ ଏସଏମଏସ ଜରିଆରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ମୁତାବକ,ଆପଣଙ୍କୁ ଆରଏସଏପି ଏବଂ ଆପଣଙ୍କ ସହରର କୋଡ ଲେଖି ୯୨୨୪୯୯୨୨୪୯ ନମ୍ବରରେ ପଠାଇବାକୁ ହେବ । ପ୍ରତ୍ୟେକ ସହରର କୋଡ ଭିନ୍ନ ଭିନ୍ନ ହୋଇଥାଏ । ଯାହା ଆପଣଙ୍କୁ ଆଇଓସିଏଲ ର ୱେବସାଇଟ ମିଳିଯିବ ।
ସେହିପରି ପ୍ରତ୍ୟେକ ଦିନ ସକାଳ ୬ଟାରୁ ପେଟ୍ରୋଲ ଏବଂ ଡିଜେଲ ଦରରେ ପରିବର୍ତ୍ତନ ହୋଇଥାଏ । ଏହାପରେ ନୂତନ ଦର ଲାଗୁ ହୋଇଥାଏ ।