ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ମହଙ୍ଗା ହେବାରେ ଲାଗିଛି ପେଟ୍ରୋଲ ଓ ଡିଜେଲ ଦର । ଦୁଇ ଦିନ ସ୍ଥିର ରହି ଦେଶରେ ପୁଣି ମହଙ୍ଗା ହୋଇଛି ପେଟ୍ରୋଲ ଓ ଡିଜେଲ । ସରକାରୀ ତୈଳ କମ୍ପାନୀ ପକ୍ଷରୁ ପେଟ୍ରୋଲ ଓ ଡିଜେଲ ଦରରେ ଆଜି ପୁଣି ବୃଦ୍ଧି ଘଟିଛି । ଆଜି ଡିଜେଲ ଦରରେ ୨୬ ରୁ ୩୦ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ପେଟ୍ରୋଲ ଦରରେ ୨୪ ରୁ ୨୭ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।
ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୯୪.୭୬ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୮୫.୬୬ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୯୪.୭୬ ଟଙ୍କା ଏବଂ ଡିଜେଲ ୮୮.୫୧ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୧୦୦.୯୮ ଟଙ୍କା ଏବଂ ଡିଜେଲ ଦର ୯୨.୯୯ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୯୬.୨୩ ଟଙ୍କା ଏବଂ ଡିଜେଲ ୯୦.୩୮ ଟଙ୍କା ରହିଛି ।
ପେଟ୍ରୋଲ ଏବଂ ଡିଜେଲ ଦର ଆପଣ ଏସଏମଏସ ଜରିଆରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ମୁତାବକ,ଆପଣଙ୍କୁ ଆରଏସଏପି ଏବଂ ଆପଣଙ୍କ ସହରର କୋଡ ଲେଖି ୯୨୨୪୯୯୨୨୪୯ ନମ୍ବରରେ ପଠାଇବାକୁ ହେବ । ପ୍ରତ୍ୟେକ ସହରର କୋଡ ଭିନ୍ନ ଭିନ୍ନ ହୋଇଥାଏ । ଯାହା ଆପଣଙ୍କୁ ଆଇଓସିଏଲ ର ୱେବସାଇଟ ମିଳିଯିବ ।
ସେହିପରି ପ୍ରତ୍ୟେକ ଦିନ ସକାଳ ୬ଟାରୁ ପେଟ୍ରୋଲ ଏବଂ ଡିଜେଲ ଦରରେ ପରିବର୍ତ୍ତନ ହୋଇଥାଏ । ଏହାପରେ ନୂତନ ଦର ଲାଗୁ ହୋଇଥାଏ ।